ରାଜ୍ୟରେ ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସତର୍କ କରାଇଲା ପାଣିପାଗ ବିଭାଗ
ଭୁବନେଶ୍ଵର (ସମ୍ଭବ ଟାଇମ୍ସ): ଦିନ ହେବ ତାତିରୁ ରକ୍ଷା ଦେଇଛି କାଳବୈଶାଖୀ ବର୍ଷା । ଆଉ ତାତି ରୁ ଆଶ୍ୱସ୍ତି ମିଳିଛି । ତେବେ ଆସନ୍ତା ୫ଦିନ ଯାଏ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ୩ଦିନ ପାଇଁ ରାଜ୍ୟର ଅଧାରୁ ଅଧିକ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩୯ ଡିଗ୍ରୀ ଉପରେ ରହୁଥିବାବେଳେ ଶନିବାର ବୌଦ୍ଧରେ ସର୍ବୋଚ୍ଚ ତାପମାତ୍ରା ୩୭.୭ ଡିଗ୍ରୀ ରହିଥିଲା।
ଏହାସହ ରାଜ୍ୟର ଅଧିକାଂଶ ଜିଲାରେ କିଛି ସ୍ଥାନରେ ବର୍ଷା ରେକର୍ଡ ହୋଇଛି। ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ଦେବଗଡ଼, ସମ୍ବଲପୁର, ସୋନପୁର, କୋରାପୁଟ୍ ଓ ରାୟଗଡ଼ା ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି।ସୋମବାର ମଧ୍ୟ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ନିଂ ରହିଛି। ତେବେ ମଙ୍ଗଳବାର ରାଜ୍ୟର ପ୍ରାୟ ୮ଟି ଜିଲାରେ ବିଜୁଳି ଓ ଘଡ଼ଘଡ଼ିର ପ୍ରଭାବ ଅଧିକ ରହିବ |
What's Your Reaction?